ଦିନ ୧୧ଟାରୁ ୩ଟା ଖରାରେ ଶ୍ରମିକଙ୍କୁ କାମକରିବା ମନା: ନିୟମ ନମାନିଲେ କାର୍ଯ୍ୟାନୁଷ୍ଠାନ

ଗ୍ରୀଷ୍ମ ପ୍ରକୋପ ବଢୁଥିବା ଯୋଗୁଁ ଓଡ଼ିଶା ଏବେ ତତଲା କଢ଼େଇରେ ଭାଜି ହେଲାଣି । ଏହି ସମୟରେ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରିବେନି ଶ୍ରମିକ । ଅସହ୍ୟ ଖରାରେ ଶ୍ରମିକଙ୍କୁ କାମ କରାଇଲେ ହେବ କାର୍ଯ୍ୟାନୁଷ୍ଠାନ । ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ଏସଆରସି । ନିର୍ଦ୍ଦେଶ ଅବମାନନା ହେଲେ ସମ୍ପକ୍ତ ଅଧିକାରୀ ଦାୟୀ ରହିବେ ।

ଭୁବନେଶ୍ୱର (କେନ୍ୟୁଜ): ଗ୍ରୀଷ୍ମ ପ୍ରକୋପ ବଢୁଥିବା ଯୋଗୁଁ ଓଡ଼ିଶା ଏବେ ତତଲା କଢ଼େଇରେ ଭାଜି ହେଲାଣି । ଆସନ୍ତା ୫ ଦିନ ଯାଏଁ ଓଡ଼ିଶାର ବହୁ ଜିଲ୍ଲାରେ ୪୫ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିବାର ସମ୍ଭାବନା ରହିଛି । ଏହି ସମୟରେ ଦିନ ୧୧ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ କାମ କରିବେନି ଶ୍ରମିକ । ଅସହ୍ୟ ଖରାରେ ଶ୍ରମିକଙ୍କୁ କାମ କରାଇଲେ ହେବ କାର୍ଯ୍ୟାନୁଷ୍ଠାନ । ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ଏସଆରସି ।  ନିର୍ଦ୍ଦେଶ ଅବମାନନା ହେଲେ ସମ୍ପକ୍ତ ଅଧିକାରୀ ଦାୟୀ ରହିବେ । ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ଏସଆରସି ।  ଏହାକୁ କଡ଼ାକଡ଼ି ଭାବେ ବାରଣ କରାଯାଇଛି ।  ଯଦି ଏହି ନିର୍ଦ୍ଦେଶର ଅବମାନନା ହୁଏ, ତା’ହେଲେ ସଂପୃକ୍ତ ଅଧିକାରୀ ବ୍ୟକ୍ତିଗତ ଭାବେ ଦାୟୀ ରହିବେ ଓ ବିପର୍ଯ୍ୟୟ ପରିଚାଳନା ଆଇନ ୨୦୦୫ରେ ଥିବା ଧାରା ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ହେବ ।

ସେହିପରି ଗହଳି ସ୍ଥାନରୁ ଦୂରେଇ ରହିବାକୁ ପାଣି ପାଗ କେନ୍ଦ୍ର ସତର୍କ କରାଇଛି ।  ଖରାର ପିକ ଆଓ୍ବାର ଦିନ ୧୧ରୁ ୩ଟା ଯାଏ ଘରୁ ନ ବାହାରିବାକୁ ଗର୍ଭବତୀ, ବୟସ୍କ ବ୍ୟକ୍ତି, ଛୋଟ ପିଲା, ରୋଗାକ୍ରାନ୍ତ ଲୋକ ନବାହାରିବାକୁ ପରାମର୍ଶ ଦିଆଯାଇଛି । ଗ୍ରୀଷ୍ମ ପ୍ରବାହରୁ ବର୍ତ୍ତିବା ପାଇଁ ଅତ୍ୟଧିକ ପାଣି ଓ ଥଣ୍ଡାଜାତୀୟ ଖାଦ୍ୟ ସେବନ କରିବାକୁ କହିଛି ପାଣିପାଗ କେନ୍ଦ୍ର।

ସୂଚନାଯୋଗ୍ୟ, ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।  ୧୭ରୁ ୨୦ ତାରିଖ ମଧ୍ୟରେ ରାଜ୍ୟର ଅନେକ ସ୍ଥାନର ଦିନର ସର୍ବୋଚ୍ଚ ତାପମାତ୍ରା ୪୩ରୁ ୪୫ ଡିଗ୍ରୀ ମଧ୍ୟରେ ରହିବ । ୧୮ ତାରିଖରେ ବଲାଙ୍ଗିର ଓ ଟିଟିଲାଗଡ଼ରେ ତାପମାତ୍ରାରେ ୪୫ ଡିଗ୍ରୀ ଛୁଇଁପାରେ । ୧୯ରେ ମଧ୍ୟରେ ଏହି ଦୁଇ ସ୍ଥାନରେ ତାପମାତ୍ରା ୪୫ ଡିଗ୍ରୀ ଛୁଇଁପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.