୩ ଦିନ କଲବଲ କରିବ ତାତି, ଆଜି ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି

ଆହୁରି ୩ ଦିନ କଲବଲ କରିବ ତାତି ଗୁଳୁଗୁଳି । ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ଯାଏଁ ବଢ଼ିବା ସମ୍ଭାବନା ରହିଛି । ଗତକାଲି ରାଜ୍ୟର ୧୦ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା । ଆଜି ନୂଆପଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ବରଗଡ଼, ବୌଦ୍ଧ ଓ ବଲାଙ୍ଗୀରିରରେ ପ୍ରବଳ ତାତି ଅନୁଭୂତ ହେବ । ଏହି ଜିଲ୍ଲା ଗୁଡ଼କରେ ଗ୍ରୀଷ୍ମ ଲହରୀ ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି ।

ଭୁବନେଶ୍ୱର (କେନ୍ୟୁଜ): ଆହୁରି ୩ ଦିନ କଲବଲ କରିବ ତାତି ଗୁଳୁଗୁଳି । ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ଯାଏଁ ବଢ଼ିବା ସମ୍ଭାବନା ରହିଛି । ଗତକାଲି ରାଜ୍ୟର ୧୦ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରେକର୍ଡ କରାଯାଇଥିଲା । ଆଜି ନୂଆପଡ଼ା, ସମ୍ବଲପୁର, ସୁନ୍ଦରଗଡ଼, କେନ୍ଦୁଝର, ବରଗଡ଼, ବୌଦ୍ଧ ଓ ବଲାଙ୍ଗୀରିରରେ ପ୍ରବଳ ତାତି ଅନୁଭୂତ ହେବ । ଏହି ଜିଲ୍ଲା ଗୁଡ଼କରେ ଗ୍ରୀଷ୍ମ ଲହରୀ ଆଶଙ୍କା ରହିଛି । ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରିଛି । ସେହିପରି ତାତି ସାଙ୍ଗକୁ ବର୍ତ୍ତମାନ ଅପରାହ୍ନରେ ଅନେକ ସ୍ଥାନରେ କାଳବୈଶାଖା ଆଶଙ୍କା ରହୁଛି ।

ଏପଟେ ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ । ଆସନ୍ତାକାଲି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଅଧକ ଘନୀଭୂତ ହୋଇ ୨୪ ତାରିଖ ବେଳକୁ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଏହା ଉତ୍ତର-ପୂର୍ବ ଦିଗକୁ ଗତି କରିବ । ପ୍ରଭାବରେ ୨୪ ଓ ୨୫ ତାରିଖରେ ଉତ୍ତର ଓଡ଼ିଶା ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ତେବେ ବାତ୍ୟା ନେଇ କୌଣସି ଆକଳନ କରାଯାଇନାହିଁ । ୨୩ ତାରିଖ ସକାଳୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘଣ୍ଟା ପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ । ୨୩ରେ କେନ୍ଦ୍ରୀୟ ବଙ୍ଗୋପସାଗର ଓ ୨୪ରେ ଉତ୍ତର ବଙ୍ଗୋପସାଗର ଅଶାନ୍ତ ରହିବ । ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ମନା କରାଯାଇଛି ।

 

 

Leave A Reply

Your email address will not be published.