୯ରୁ ପୁଣି ଫେରିବ ପ୍ରବଳ ଗ୍ରୀଷ୍ମ ପ୍ରବାହ; ୩ରୁ ୫ ଡିଗ୍ରୀ ଯାଏଁ ତାପମାତ୍ରା ବୃଦ୍ଧି ନେଇ ପୂର୍ବାନୁମାନ

ଭୁବନେଶ୍ୱର : ପୁଣି ରାଜ୍ୟକୁ ଫେରିବ ତାତି । ୯ ତାରିଖରୁ ଗ୍ରୀଷ୍ମ ପ୍ରବାହ ସମ୍ଭାବନା । ୨୪ ଘଣ୍ଟା ପରେ ପରବର୍ତ୍ତୀ ୨ ଦିନ ମଧ୍ୟରେ ପୂର୍ବ ଭାରତରେ ୩ରୁ ୫ ଡିଗ୍ରୀ ଯାଏ ବଢିବ ତାତି । ୮ ତାରିଖରୁ ପୂର୍ବ ଭାରତକୁ ଏବଂ ୯ରୁ ଓଡିଶାର କିଛି ଜିଲ୍ଲାରେ ଗ୍ରୀଷ୍ମ ପ୍ରବାହ ସମ୍ଭାବନା ରହିଛି । ଗ୍ରୀଷ୍ମ ପ୍ରବାହ ନେଇ ୮ ତାରିଖ ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ , ୯ ତାରିଖରେ ୧୩ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେହିପରି ୧୦ ତାରିଖ ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଅନ୍ୟପଟେ ଆଜି ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ନେଇ ୭ ଜିଲ୍ଲା କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ମୟୂରଭଞ୍ଜ ଓ କେନ୍ଦୁଝରକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ବିଜୁଳି, ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ପାଇଁ ୧୬ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।
ଆହୁରି ପଢ଼ନ୍ତୁ : ରାଜ୍ୟରେ ଜାରି ରହିଛି କାଳବୈଶାଖୀ ପ୍ରଭାବ, ଆସନ୍ତାକାଲି ପାଇଁ ୨୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ