ଆଜି ସବୁଠୁ ଉତ୍ତପ୍ତ ସହର ପାଲଟିଛି ଭୁବନେଶ୍ୱର, ଦିନ ୧୧ଟା ୩୦ ସୁଦ୍ଧା ୩୬.୨ ଡିଗ୍ରୀ ରେକର୍ଡ

ଉପକୂଳରୁ ନେଇ ଉପାନ୍ତ ସବୁଠି ପ୍ରଚଣ୍ଡ ତାତିରେ ଖଇ ଫୁଟୁଛି । ଆଜି ସବୁଠୁ ଉତ୍ତପ୍ତ ସହର ପାଲଟିଛି ଭୁବନେଶ୍ୱର । ଦିନ ୧୧ଟା ୩୦ ସୁଦ୍ଧା ସବୁଠୁ ଉତ୍ତପ୍ତ ରାଜଧାନୀ । ଭୁବନେଶ୍ବରରେ ସର୍ବାଧିକ ତାପମାତ୍ରା ୩୬.୨ ଡିଗ୍ରୀ ରେକର୍ଡ କରାଯାଇଛି।

ଭୁବନେଶ୍ୱର (କେନ୍ୟୁଜ): ଉପକୂଳରୁ ନେଇ ଉପାନ୍ତ ସବୁଠି ପ୍ରଚଣ୍ଡ ତାତିରେ ଖଇ ଫୁଟୁଛି । ଆଜି ସବୁଠୁ ଉତ୍ତପ୍ତ ସହର ପାଲଟିଛି ଭୁବନେଶ୍ୱର । ଦିନ ୧୧ଟା ୩୦ ସୁଦ୍ଧା ସବୁଠୁ ଉତ୍ତପ୍ତ ରାଜଧାନୀ । ଭୁବନେଶ୍ବରରେ ସର୍ବାଧିକ ତାପମାତ୍ରା ୩୬.୨ ଡିଗ୍ରୀ ରେକର୍ଡ କରାଯାଇଛି। ରାଉରକେଲାରେ ୩୬, ସମ୍ବଲପୁରରେ ୩୫.୫, ହୀରାକୁଦରେ ୩୪.୭ ଓ ଝାରସୁଗୁଡ଼ାରେ ୩୪.୪ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। କିଛି ଦିନ ହେବ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଯୋଗୁଁ ଅସହ୍ୟ ଗରମ ଓ ଗୁଳୁଗୁଳିରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ। ।

ସେପଟେ ୯ ତାରିଖ ଯାଏ ରାଜ୍ୟରେ ବର୍ଷା ସହ କୁଆପଥର ଝଡ଼ ହେବ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇପାରେ। ଆଜି ପାଇଁ ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ଯାଜପୁର, କଟକ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥର ବର୍ଷା ସମ୍ଭାବନା ଥିବାରୁ ଆରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ବିଜୁଳି ଘଡ଼ଘଡ଼ି ସହ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିଭଳି ୮ ତାରିଖରେ ପ୍ରବଳ ବର୍ଷା ପାଇଁ କନ୍ଧମାଳ, ଗଞ୍ଜାମ, କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ପଶ୍ଚିମାଝଡ଼ ପ୍ରଭାବରେ ଗୋଟିଏ ନିମ୍ନ ଚାପରେଖା ବା ଟ୍ରପ ଲାଇନ୍ ସୃଷ୍ଟି ହୋଇଛି। ଅନ୍ୟପଟେ ବଙ୍ଗୋପସାଗର କୂଳରେ ଏକ ଗୁରୁଚାପ ବଳୟ ରହିଛି। ଏହାର ପ୍ରଭାବରେ କୁଆପଥର ବର୍ଷା ହେବ ବୋଲି ପୂର୍ବାନୁମାନ କରଛି ପାଣିପାଗ ବିଭାଗ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.