ଆଗାମୀ ୨୪ ଘଣ୍ଟାରେ ଏହି ସବୁ ଅଞ୍ଚଳରେ ପ୍ରବଳ କାଚିବ ବର୍ଷା, ତିନି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

କେନ୍ୟଜ୍(ବ୍ୟୁରୋ): ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ । ଏହାର ପ୍ରଭାବରେ ଓଡ଼ିଶାରେ ବଡ଼ ବର୍ଷାର ସମ୍ଭାବନା ନାହିଁ । ଆଗାମୀ ୨୪ ଘଣ୍ଟା ଭିତରେ ମାଲକାନଗିରି, କୋରାପୁଟ ଓ ସୁନ୍ଦରଗ଼ଡ଼ର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ତିନି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାଜ୍ୟରେ ଅନ୍ୟ କିଛି ସ୍ଥାନରେ ସ୍ପଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏନେଇ ପୂର୍ବାନୁମାନ କରାଯାଇଛି । ରାଜ୍ୟରେ ଏଯାଏ ସ୍ୱାଭାବିକ ଠାରୁ ୨୧ ପ୍ରତିଶତ କମ୍‌ ବର୍ଷା ହୋଇଛି । ଭଦ୍ରକରେ ୬୦ ପ୍ରତିଶତରୁ କମ୍‌ ବର୍ଷା ରେକର୍ଡ କରାଯାଇଛି । ୧୬ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ବାକି ଜିଲ୍ଲାରେ ସ୍ୱାଭାବିକ ରହିଛି ବୃଷ୍ଟିପାତ ।…

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.