ରାଜ୍ୟରେ ମୌସୁମୀ ସକ୍ରିୟ : ବର୍ଷାରେ ବୁଡ଼ିଲା ରାଜଧାନୀ, କଟକ ଏବଂ କୋଣାର୍କ ମନ୍ଦିର

ଭୁବନେଶ୍ବର : ବାଂଲାଦେଶ ଏବଂ ଏହାର ପାର୍ଶ୍ୱବର୍ତ୍ତୀ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଥିବାବେଳେ ବିହାର ପଶ୍ଚିମବଙ୍ଗ ମଧ୍ୟରେ ଆଉ ଏକ ଘୂର୍ଣ୍ଣିବଳୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗିରହିଛି। ଗତକାଲିଠାରୁ ବର୍ଷା ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ଜାରି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ଜିଲ୍ଲାରେ ଘଡ଼ଘଡ଼ି ସହ ପ୍ରବଳ ହେବା ସମ୍ଭାବନା ରହିଛି। ପୁରୀ, କଟକ, କନ୍ଧମାଳ, ବାଲେଶ୍ୱର, ଖୋର୍ଦ୍ଧା, ଅନୁଗୁଳ, ବୌଦ୍ଧ, ଭବାନୀପାଟଣା, କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ ଏବଂ ଗଂଜାମରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

konark

କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ସମୟରେ ଘଣ୍ଟାକୁ ୪୫କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଦିଆଯାଇଛି। ପ୍ରବଳ ବର୍ଷା ଯୋଗୁ ପାଣି ଘେରରେ କୋଣାର୍କ ମନ୍ଦିର। ଆଜି ବି ଲଗାଣ ବର୍ଷାରେ ସୂର୍ୟ୍ୟ ମନ୍ଦିରର ଦକ୍ଷିଣ ଓ ଉତ୍ତର ଦ୍ୱାରରେ ଆଣ୍ଠୁଏ ଲେଖାଏଁ ପାଣି ଜମି ରହିଛି। ଫଳରେ ପର୍ୟ୍ୟଟକମାନେ ବୁଲି ନପାରି ନିରାଶ ହୋଇ ଫେରିଛନ୍ତି । ଜଳ ନିଷ୍କାସନର ସୁବିଧା ନଥିବାରୁ ଏପରି ଅବସ୍ଥା ସୃଷ୍ଟି ହୋଇଛି।

Leave A Reply

Your email address will not be published.