Below header

ହାଡ଼ଭଙ୍ଗା ଜାଡ଼ରେ ଥରୁଛି ଦାରିଙ୍ଗବାଡ଼ି: କୁହୁଡିର ଚାଦର ତଳେ ସବୁ ଅଞ୍ଚଳ, ଛୁଟୁଛି ପର୍ଯ୍ୟଟକଙ୍କ ସୁଅ

ଜାଡ଼ରେ ଥରୁଛି ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ି । ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡ଼ିରେ ଆଚ୍ଛାଦିତ ହେଉଛି ଦାରିଙ୍ଗବାଡ଼ି ସମେତ ଆଭ୍ୟନ୍ତରୀଣ ଅଞ୍ଚଳ । ଶୀତ ଆସିଲେ ଏଠାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଶତାଧିକ ସଂଖ୍ୟାରେ ପର୍ଯ୍ୟଟକଙ୍କ ସୁଅ ଛୁଟିଥାଏ ।

ଦାରିଙ୍ଗବାଡ଼ି (କେନ୍ୟୁଜ) : ଜାଡ଼ରେ ଥରୁଛି ଓଡ଼ିଶାର କାଶ୍ମୀର ଦାରିଙ୍ଗବାଡ଼ି । ପ୍ରବଳ ଶୀତ ସାଙ୍ଗକୁ ଘନ କୁହୁଡ଼ିରେ ଆଚ୍ଛାଦିତ ହେଉଛି ଦାରିଙ୍ଗବାଡ଼ି ସମେତ ଆଭ୍ୟନ୍ତରୀଣ ଅଞ୍ଚଳ । ବିଗତ ୧୦ ଦିନରେ ଲଗାତାର ଭାବେ ଜିଲ୍ଲାର ବିଭିନ୍ନ ସ୍ଥାନରେ ପାରଦ କ୍ରମଶଃ ହ୍ରାସ ପାଇବାରେ ଲାଗିଛି । ଫଳରେ ଶୀତର ପ୍ରକୋପ ବଢ଼ିବା ସହିତ ସକାଳୁ ସକାଳୁ ଘନ କୁହୁଡ଼ିରେ ଆଚ୍ଛାଦିତ ହେଉଛି ଦାରିଙ୍ଗବାଡ଼ି ସମେତ ଆଭ୍ୟନ୍ତରୀଣ ଅଞ୍ଚଳ । ଶୀତ ଆସିଲେ ଏଠାକୁ ରାଜ୍ୟ ତଥା ରାଜ୍ୟ ବାହାରୁ ଶତାଧିକ ସଂଖ୍ୟାରେ ପର୍ଯ୍ୟଟକଙ୍କ ସୁଅ ଛୁଟିଥାଏ । ଦାରିଙ୍ଗବାଡ଼ିରେ ବର୍ତ୍ତମାନ ୮ ଡିଗ୍ରୀ ରୁ ଅଧିକ ଶୀତ ଅନୁଭୂତ ହେଉଛି ଯାହାକି ଏଠାକୁ ଆସୁଥିବା ପର୍ଯ୍ୟଟକ ପ୍ରାତଭ୍ରମଣ କରି ଶୀତର ଭରପୁର ମଜା ଉଠାଉଛନ୍ତି ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.