Below header

ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ସାଙ୍ଗକୁ ଘନ କୁହୁଡ଼ି, ଆଗାମୀ ୫ ଦିନ ଯାଏଁ ପାଣିପାଗରେ ନାହିଁ ବିଶେଷ ପରିବର୍ତ୍ତନ

କେନ୍ୟୁଜ୍‌: ରାଜ୍ୟର ବିଭିନ୍ନ ସ୍ଥାନରେ ଶୀତ ସାଙ୍ଗକୁ କୁହୁଡ଼ି। ଆଗାମୀ ୫ ଦିନ ଯାଏ ପାଣିପାଗରେ ବିଶେଷ କିଛି ପରିବର୍ତ୍ତନ ହେବନାହିଁ । ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ହ୍ରାସ ହୋଇପାରେ । ସେହିପରି ବିଭିନ୍ନ ସ୍ଥାନରେ କୁହୁଡ଼ି ଲାଗି ରହିବ। ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା ୮.୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ସେହିପରି ସୋନପୁରରେ ସର୍ବନିମ୍ନ ତାପମାତ୍ରା ୮.୨. କୋରାପୁଟରେ ୧୦.୮, ଭୁବନେଶ୍ୱରରେ ୧୭.୨ ଓ କଟକରେ ସର୍ବନିମ୍ନ ତାପମାତ୍ରା ୧୬.୪ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.