ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ, ୪୪.୨ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହର

କେନ୍ୟୁଜ୍: ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ । ତାତି ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଛି । ପୁରା ପଶ୍ଚିମ ଓଡ଼ିଶାରେ ଖରାର ପ୍ରକୋପ । ୪୪.୨ ଡିଗ୍ରୀ ସହ ଟିଟିଲାଗଡ଼ ସବୁଠୁ ଉତ୍ତପ୍ତ ସହର ଭାବେ ଉଭା ହୋଇଛି । କାଲି ୧୦ଟି ସହରର ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରହିଛି । ସମ୍ବଲପୁରରେ ୪୩.୯ ଡିଗ୍ରୀ, ହୀରାକୁଦରେ ୪୩.୮ ଡିଗ୍ରୀ, ତାଳଚେରରେ ୪୩.୭ ଡିଗ୍ରୀ, ଝାରସୁଗୁଡ଼ାରେ ୪୩.୬ ଡିଗ୍ରୀ, ସୋନପୁରରେ ୪୩.୨ ଡିଗ୍ରୀ, ବଲାଙ୍ଗୀରରେ ୪୨.୭ ଡିଗ୍ରୀ, ଭବାନୀପାଟଣାରେ ୪୧.୫ ଡିଗ୍ରୀ, ମାଲକାନଗିରିରେ ୪୧ ଡିଗ୍ରୀ ଏବଂ ସୁନ୍ଦରଗଡ଼ରେ ୪୦ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.