ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷକରି ଓଡ଼ିଶା, ଛତିଶଗଡ, ମଧ୍ୟପ୍ରଦେଶ, ଉତ୍ତରାଖଣ୍ଡ ଓ ହିମାଚଳ ପ୍ରଦେଶରେ ପ୍ରବଳରୁ ପ୍ରବଳ ବର୍ଷା ହେବ । ସେହିପରି ଜମ୍ମୁକାଶ୍ମୀର, ବିହାର, ଝାଡଖଣ୍ଡ, ପଶ୍ଚିମବଙ୍ଗ, ଉତ୍ତରପ୍ରଦେଶରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହି ଅନୁମାନ କରିଛି ଘରୋଇ ପାଣିପାଗ ସର୍ବେକ୍ଷଣ ସଂସ୍ଥା ସ୍କାଏ ମେଟ୍‌ । ଦକ୍ଷିଣ ପଶ୍ଚିମ ବାଂଲାଦେଶ ଓ ପଶ୍ଚିମବଙ୍ଗ ଗଙ୍ଗୋତ୍ରୀ ଅଞ୍ଚଳରେ ବାତ୍ୟା ସତର୍କ ସୂଚନା ଜାରି ହୋଇଛି । ଏପଟେ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର କିଛି ସ୍ଥାନରେ ଆଜି ବର୍ଷା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.