ଆଜି କିଛି ସ୍ଥାନରେ ପ୍ରବଳ ଓ କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା, ୭ ଜିଲ୍ଲକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି

ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି କିଛି ସ୍ଥାନରେ ପ୍ରବଳ ଓ ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

କେନ୍ୟୁଜ୍(ବ୍ୟୁରୋ):  ରାଜ୍ୟରେ ସ୍ୱାଭାବିକ ସ୍ଥିତିକୁ ଫେରିଛି ମୌସୁମୀ । ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜି କିଛି ସ୍ଥାନରେ ପ୍ରବଳ ଓ ଆଉ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏସବୁ ଜିଲ୍ଲାର କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ସମ୍ଭାବନା ରହିଛି । ସେହିପରି ପ୍ରବଳ ବର୍ଷା ନେଇ ୧୩ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ୧୮ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ୧୯ ତାରିଖରେ ସୃଷ୍ଟି ହୋଇପାରେ ଲଘୁଚାପ ।

ଗତ ୨୪ ଘଣ୍ଟାରେ ଭଦ୍ରକ ସହରରେ ସର୍ବାଧିକ ୧୬୫ ମିଲିମିଟର ଓ ଜଗତସିଂହପୁରରେ ୧୩୨.୬ ମିଲିମିଟର ବର୍ଷା ହୋଇଛି । ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବୃଦ୍ଧି ହେବ । ଫଳରେ ନିଅଣ୍ଟିଆ ସ୍ଥିତିରେ ସୁଧାର ଆସିପାରେ । ବର୍ତ୍ତମାନ ସୁଦ୍ଧା ମୌସୁମୀ ଋତୁରେ ରାଜ୍ୟରେ ୨୮ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ୧୮ ଜିଲ୍ଲାରେ ନିଅଣ୍ଟିଆ ବୃଷ୍ଟିପାତ ଓ କଳାହାଣ୍ଡି ଜିଲ୍ଲାରେ ସବୁଠୁ କମ୍‌ ବର୍ଷା ରେକର୍ଡ କରାଯାଇଛି । ସେହିପରି ଦେବଗଡ଼ ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ବାକି ୧୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଛି । .

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.