ପୁଣି ଆସୁଛି ଘୂର୍ଣ୍ଣିବଳୟ: ୨୮ରୁ ୩୦ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା, ଆସନ୍ତା ୪ ଦିନ ଯାଏ ବିଭିନ୍ନ ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ଭୁବନେଶ୍ବର(କେନ୍ଯୁଜ୍): ପୁଣି ଆସୁଛି ଘୂର୍ଣ୍ଣିବଳୟ। ଉତ୍ତର-ବଙ୍ଗୋପସାଗର ଓ ଏହାର ସଲଗ୍ନ ଅଞ୍ଚଳ ଉପରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲି ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଓ ଏହାର ସଲଗ୍ନ ଅ଼ଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଫଳରେ ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ସାରା ରାଜ୍ୟରେ ବର୍ଷା ହେବ।

ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୯ ତାରିଖ ଦିନ ବର୍ଷାର ପରିମାଣ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୪ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.