ଆରବ ସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ ବଳୟ, ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର(କେନ୍ଯୁଜ୍):  ଓଡ଼ିଶାକୁ ପୁଣି ଆସୁଛି ବର୍ଷା । ଦୁଇ ତିନି ଦିନ ମଧ୍ୟରେ ଉତ୍ତର ଆରବ ସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ । ୫ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଅବପାତରେ ପରିଣତ ହେବ । ଏହାର ପ୍ରଭାବରେ ପୂର୍ବ ଓ ଦକ୍ଷିଣ ଭାରତରେ ବର୍ଷା ହେବାର ସମ୍ଭାବନା ରହିଛି । ଓଡ଼ିଶା ଉପରେ ଘୂର୍ଣ୍ଣିବଳୟ ରହିଥିବାରୁ ପାଗ କୋହଲା ରହିବା ସହ ହାଲ୍‌କା ବର୍ଷା ହୋଇପାରେ । ୭ ତାରିଖରୁ ଉପକୂଳ ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି ।

Leave A Reply

Your email address will not be published.