ଆସନ୍ତା ୨୪ ଘଣ୍ଟାରେ ରାଜ୍ୟରେ ଏହିସବୁ ଜିଲ୍ଲାରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର (କେନ୍ୟୁଜ) : ବହୁତ ଜୋରରେ ହେବ ବର୍ଷା। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ତେବେ ଏହି ସବୁ ଜିଲ୍ଲା ଗୁଡିକ ମଧ୍ୟରେ ରହିଛି ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝର। ଏହି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ମଧ୍ୟ ଆଶଙ୍କା ରହିଛି। ଏଥିସହିତ ୨୬ରୁ ୨୮ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ବି କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.