ରାଜ୍ୟ

ଆସନ୍ତା ଦୁଇ ଦିନ ଯାଏଁ ଓଡିଶାରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା !

ଭୁବନେଶ୍ୱର (କେନ୍ୟୁଜ) : ଦୁଇ ଦିନ ପ୍ରବଳ ଛେଚିବ ବର୍ଷା। କରୋନା ମହାମାରୀର ଏହି ଲଢ଼େଇ ଭିତରେ ଆସନ୍ତା ଦୁଇ ଦିନ ଆର୍ଥତ ୪୮ ଘଣ୍ଟା ଯାଏଁ କାଳବୈଶାଖୀ ନେଇ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ। ସେହିପରି ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଦେଶର ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ତେବେ ବର୍ଷା ହେବା ସମୟରେ ପବନ ଘଣ୍ଟା ପ୍ରତି ୩୦ ରୁ ୪୦ କିଲୋମିଟର ବେଗରେ ବହିବ ବୋଲି ଆଶଙ୍କା କରାଯାଉଛି।

୧୯ଟି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରୀ କରାଯାଇଛି। ଜିଲ୍ଲା ମାନଙ୍କ ଭିତରେ ରହିଛି କୋରାପୁଟ, ରାୟଗଡା, ଗଞ୍ଜାମ, କନ୍ଧମାଳ, ନୟାଗଡ, ବଲାଙ୍ଗୀର, ନୂଆପଡା, ସୋନପୁର, କଳାହାଣ୍ଡି, ଅନୁଗୁଳ, ବୌଦ୍ଧ, ଢ଼େଙ୍କାନଳ, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର ଓ କଟକକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରୀ କରିଛି ଭାରତୀୟ ପାଣିପାଗ ବିଭାଗ।

Pritiparna

Recent Posts

ବଦଳିଲା ପାଣିପାଗର ମିଜାଜ: ରାଜଧାନୀରେ ପ୍ରବଳ ବର୍ଷା

ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…

13 mins ago

ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼ ବୟାନ, ନିଶା ଦ୍ୱାରା ସମାଜ କଳୁଷିତ ହେଉଛି

ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…

28 mins ago

ମଦ ପାଇଁ ପ୍ରତି ବର୍ଷ ଯାଉଛି ୩୦ ଲକ୍ଷ ଲୋକଙ୍କ ଜୀବନ, ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ୍‌ ଦେଲା ଚେତାବନୀ

ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…

38 mins ago

ଆଫଗାନିସ୍ତାନର ଐତିହାସିକ ବିଜୟ ପରେ ରାଶିଦ ଖାନଙ୍କୁ ଆସିଲା ସରପ୍ରାଇଜ କଲ୍‌, ଭିଡିଓ ଭାଇରଲ

ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍‌ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…

49 mins ago

ଓଡ଼ିଶା ଆସି ପୁରୀ ରଥଯାତ୍ରା ଦେଖିବେ ରାଷ୍ଟ୍ରପତି

ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…

1 hour ago

ରେଲୱେରେ ଗ୍ରୁପ ଡିରେ ୧,୦୩,୭୬୯ ପଦବୀ ଖାଲି, ଜାଣନ୍ତୁ କେମିତି କରିବେ ଆବେଦନ

ଭାରତୀୟ ରେଲୱେରେ ଚାକିରି ଖୋଜୁଥିଲେ ଆପଣଙ୍କ ପାଇଁ ଖୁସି ଖବର । ଆରଆରବି ଗ୍ରୁପ ଡି ପାଇଁ ୧,୦୩,୭୬୯ ପଦବୀ…

2 hours ago