ରାଜ୍ୟ

ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା: ୯ରେ ଆସୁଛି ଆଉ ଏକ ଲଘୁଚାପ, ୧୩ ଯାଏ ପ୍ରବଳ ବର୍ଷିବ

ଭୁବନେଶ୍ବର: ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ଲଗାଣ ବର୍ଷା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର ସବୁ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷୁଛି। ଆଜି ୧୬ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେପଟେ ଆସୁଛି ଆଉ ଏକ ଲଘୁଚାପ । ଆସନ୍ତା ୯ ତାରିଖ ବେଳକୁ ପୁଣି ଦାନା ବାନ୍ଧିବ ଆଉ ଏକ ଲଘୁଚାପ ବଳୟ । ଆଣ୍ଡାମାନ ସାଗର ଓ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ଧୀରେ ଧୀରେ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଆନ୍ଧ୍ର ପ୍ରଦେଶ ଏବଂ ଓଡ଼ିଶା ଉପକୂଳ ମୁହାଁ ହେବ । ଅଧିକ ଘନୀଭୂତ ହେବ ଲଘୁଚାପ ।

ପରବର୍ତ୍ତୀ ଦୁଇ ତିନି ଦିନ ଭିତରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଡ୍ରିପ୍ରେସନର ରୂପ ନେଇପାରେ । ପ୍ରଭାବରେ ୧୧ରୁ ୧୩ ତାରିଖ ଯାଏଁ ଓଡ଼ିଶା, ଆନ୍ଧ୍ରରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ୫୦-୬୦ କିଲୋମିଟର ବେଗରେ ପବନ ବହିପାରେ । ଆଗାମୀ ୩-୪ ଦିନ ଭିତରେ ସମ୍ଭାବ୍ୟ ମଡେଲର ଚିତ୍ର ସ୍ପଷ୍ଟ ହୋଇଯିବ । ସେପଟେ ଆମେରିକାର ପାଣିପାଗ ସଂସ୍ଥା ଆକ୍ୟୁ ଓ୍ଵିଦର ବି ୯ ତାରିଖରେ ଆଣ୍ଡମାନ ସାଗରରେ ଲଘୁଚାପ ବଳୟ ସୃଷ୍ଟି ନେଇ ପୂର୍ବାନୁମାନ କରିଛି । ପରବର୍ତ୍ତୀ ସମୟରେ ଏହା ଡିପ୍ରେସନ କିମ୍ବା ସାଇକ୍ଲୋନର ରୂପ ନେଇପାରେ । ଆକ୍ୟୁ ଓ୍ଵିଦରର ବରିଷ୍ଠ ପାଣିପାଗ ବିଜ୍ଞାନୀ ଜାସନ୍‌ ନିକୋଲ୍ସ ଏହି ସୂଚନା ଦେଇଛନ୍ତି । ।

Sonalisa

Recent Posts

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

5 hours ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

6 hours ago

ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ, ଥାନାରେ ପୁତୁରା ଅଟକ

ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…

7 hours ago

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…

9 hours ago

ବସ୍ ସହ ପିକଅପ୍ ଭ୍ୟାନ ଧକ୍କା, ୧୯ ହୋମଗାର୍ଡ ଆହତ

ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…

10 hours ago

ରାଜ୍ୟରେ ବଢୁଛି ତାପମାତ୍ରା, ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

10 hours ago