ସାରା ରାଜ୍ୟରେ ସକ୍ରିୟ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ: ଆଜି ୧୩ ଜିଲ୍ଲାରେ ପ୍ରବଳ କାଚିବା ସମ୍ଭାବନା, ଗତ ୨୪ ଘଣ୍ଟାରେ ୧୭.୩ ମିଲିମିଟର ବର୍ଷା ରେକର୍ଡ

ଭୁବନେଶ୍ୱର(କେନ୍ୟୁଜ): ସାରା ରାଜ୍ୟରେ ସକ୍ରିୟ ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଆଜି ୧୩ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ୧୩ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ପ୍ରାୟ ୧୭.୩ ମିଲିମିଟର ବର୍ଷା ରେକର୍ଡ କରାଯାଇଛି।
ମୌସୁମୀ ଛୁଇଁବା ଯୋଗୁଁ ଗତ ୨୪ଘଣ୍ଟାରେ ରାଜ୍ୟରେ ସ୍ୱାଭାବିକଠାରୁ ୮୮ ପ୍ରତିଶତ ଅଧିକ ବର୍ଷା ହୋଇଛି। ଆଜି ପାଇଁ କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ବରଗଡ଼, ନବରଙ୍ଗପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଯାଜପୁର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି । ୨୩ ତାରିଖରେ ୧୨ ଜିଲ୍ଲା, ୨୪ ତାରିଖ ପାଇଁ ୧୦ ଓ ୨୫ ତାରିଖ ପାଇଁ ୯ ଜିଲ୍ଲାକୁ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଦେଇଛି ପାଣିପାଗ ବିଭାଗ ।