Below header

ଲଘୁଚାପ ଆଣୁଛି ବଡ଼ ବର୍ଷା: ଓଡ଼ିଶାରେ କାଲିଠାରୁ କାଚିବ

ଭୁବନେଶ୍ବର(କେନ୍ୟୁଜ୍):  ଲଘୁଚାପ ଆଣୁଛି ବଡ଼ ବର୍ଷା। କାଲିଠୁ ବଢ଼ିବ ବର୍ଷା ପରିମାଣ। ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ଆଜି ଉତ୍ତର ପଶ୍ଚିମ ବଙ୍ଗୋପସାଗର ତଥା ସମୁଦ୍ର ମଧ୍ୟରେ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଆହୁରୀ ଘନୀଭୂତ ହେବାର ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି । ଏବେ ଓଡ଼ିଶା ଉପରେ ଗୋଟିଏ ଲଘୁଚାପର ପ୍ରଭାବ ରହିଛି । ଦିନେ ଦୁଇଦିନ ମଧ୍ୟରେ ଆଉଏକ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି । ଏହା ଫଳରେ ମୌସୁମୀ ସକ୍ରିୟ ହେବା ସହ ଭଲ ପରିମାଣର ବର୍ଷା ସମ୍ଭାବନା ରହିଛି।

୧୪ରୁ ୧୬ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ଆଜି ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଜିଲ୍ଲାଗୁଡ଼ିକ ହେଲା କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ଗଜପତି, ଗଞ୍ଜାମ, କୋରାପୁଟ, ରାୟଗଡ଼ା ଓ ମାଲକାନଗିରି। ଏହି ଜିଲ୍ଲାଗୁଡ଼ିକରେ ୭ରୁ ୨୦ ସେଣ୍ଟିମିଟର ବର୍ଷା ହେବାର ସମ୍ଭାବନା ରହିଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନର ମଧ୍ୟ ଆଶଙ୍କା ରହିଛି। ଖାଲୁଆ ଅଞ୍ଚଳରେ ପାଣି ଜମିବା ସହ କଚ୍ଚା ରାସ୍ତା ମଧ୍ୟ ଧୋଇଯିବାର ଆଶଙ୍କା ରହିଛି। ସେହିପରି ୭ରୁ ୧୧ସେଣ୍ଟିମିଟର ଯାଏ ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ରାଜ୍ୟରେ ଜୁଲାଇ ମାସରେ ସ୍ୱଭାବିକ ଠାରୁ ୨୨ପ୍ରତିଶତ ଅଧିକ ବର୍ଷା ହୋଇଥିବା ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର କହିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.