ଆଗାମୀ ୪ ଦିନ ଯାଏ ଜାରି ରହିବ ବର୍ଷା, ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ

କେନ୍ୟୁଜ୍(ବ୍ୟୁରୋ): ଉତ୍ତର ଓଡ଼ିଶା ଓ ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଆଜିଠୁ ରାଜ୍ୟରେ ବଢିବ ବର୍ଷା ପରିମାଣ । ଆଗାମୀ ୪ ଦିନ ଯାଏ ଜାରି ରହିବ ବର୍ଷା । ୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୩ ଜିଲ୍ଲା କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୨୦ ଜିଲ୍ଲାରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

ଆସନ୍ତାକାଲିଠୁ ବଢିବ ବର୍ଷାର ବିସ୍ତତି ଓ ପରିମାଣ । ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ଭାରୀ ବର୍ଷା ପାଇଁ ୯ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ୧ ଓ ୨ ତାରିଖରେ ବର୍ଷା ପରିମାଣ ସର୍ବାଧିକ ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ପ୍ରବଳରୁ ଅତିପ୍ରବଳ ବର୍ଷା ପ୍ରଭାବରେ ତଳିଆ ଅଞ୍ଚଳରେ ଜଳବନ୍ଦୀ ସମସ୍ୟା ଉପୁଜିବା ଆଶଙ୍କା ସୃଷ୍ଟି ହୋଇପାରେ । ସକ୍ରିୟ ମୌସୁମୀ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ଭରଣା ହେଉଛି ନିଅଣ୍ଟିଆ ବୃଷ୍ଟିପାତ । ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୪୬୧.୯ ମିମି ବର୍ଷା ରେକର୍ଡ ହୋଇଛି । ଏହି ସମୟ ମଧ୍ୟରେ ସ୍ୱାଭାବିକ ବର୍ଷା ପରିମାଣ ୫୨୬.୪ ମିଲିମିଟର । ୧୨ ପ୍ରତିଶତ ନିଅଣ୍ଟିଆ ବର୍ଷା ହୋଇଛି । ଯାହାକୁ ସ୍ୱାଭାବିକ ବୃଷ୍ଟିପାତ ଶ୍ରେଣୀଭୁକ୍ତ ବୋଲି କୁହାଯାଏ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.