ଆଗାମୀ ୪ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା: ୨୪ ଘଣ୍ଟାରେ ୫ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି

ଆସନ୍ତା ୨୪ ଘଣ୍ଟାରେଏହା ୱେଲମାର୍କଡ ଲୋ ପ୍ରେସରରେ ପରିଣତ ହେବ। ୩ଦିନ ମଧ୍ୟରେ ଏହା ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ମୁହାଁ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ପ୍ରଭାବରେ ଆଗାମୀ ୪ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ଲଘୁଚାପ। ଗତକାଲି ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର। ଉତ୍ତର ବଙ୍ଗୋପସାଗରର କେନ୍ଦ୍ରୀୟ ଭାଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଉତ୍ତରପଶ୍ଚିମ ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ସକ୍ରିୟ ରହିଛି। ଆସନ୍ତା ୨୪ ଘଣ୍ଟାରେଏହା ୱେଲମାର୍କଡ ଲୋ ପ୍ରେସରରେ ପରିଣତ ହେବ। ୩ଦିନ ମଧ୍ୟରେ ଏହା ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ମୁହାଁ ହେବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ପ୍ରଭାବରେ ଆଗାମୀ ୪ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ଆଗାମୀ ୨୪ ଘଣ୍ଟାରେ ଅତିପ୍ରବଳ ବର୍ଷା ନେଇ ୫ ଜିଲ୍ଲା କନ୍ଧମାଳ, ବୌଦ୍ଧ, ସୋନପୁର, ବଲାଙ୍ଗିରକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ଏହି ଜିଲ୍ଲାମାନଙ୍କରେ ୭ରୁ ୨୦ ସେମି ବର୍ଷାର ସମ୍ଭାବନା ରହିଛି। ଏହି ଜିଲ୍ଲାମାନଙ୍କ ତଳିଆ ଅଞ୍ଚଳରେ ପାଣିଜମିବାର ଆଶଙ୍କା ରହିଛି। ପାହାଡ଼ିଆ ଅଞ୍ଚଳରେ ଭୂସ୍ଖଳନ ସହ କଚ୍ଚାରାସ୍ତା ଓ କଚ୍ଚା ଘର କ୍ଷତିଗ୍ରସ୍ତ ହେବାର ମଧ୍ୟ ସମ୍ଭାବନା ରହିଛି। ସେହିପରି ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆସନ୍ତା କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୧୫ତାରିଖରେ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। … ଚଳିତ ମୌସୁମୀ ଋତୁରେ ଏଯାଏ ରାଜ୍ୟରେ ୯୨୭. ୮ ମିମି ବର୍ଷା ରେକର୍ଡ ହୋଇଛି। ଏହି ସମୟରେ ସ୍ବାଭାବିକ ବୃଷ୍ଟିପାତ ୧୦୩୭.୩ ମିମି ତୁଳନାରେ ୧୧ ପ୍ରତିଶତ କମ୍ । ୯ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଥିବା ବେଳେ ୨୧ଟି ଜିଲ୍ଲାରେ ସ୍ବାଭାବିକ ବୃଷ୍ଟିପାତ ହୋଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.