୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ହେବ ସୃଷ୍ଟି, ୧୯ରୁ ୨୨ ତାରିଖ ଯାଏ ବଢିବ ବର୍ଷାର ବିସ୍ତୃତି

ଗତକାଲିର ଲଘୁଚାପ କ୍ଷେତ୍ର ଆଜି ଦୁର୍ବଳ ପଡ଼ିଛି । ଏଥିସହିତ ଜଡିତ ଘୂର୍ଣ୍ଣିବଳୟ ଆଜି ପଶ୍ଚିମ ଝାଡଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଢଳରେ ୭.୬ କିଲୋମିଟର ଯାଏ ବ୍ୟାପିଛି । ଏହାର ପ୍ରଭାବରେ ଆଜି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଆସନ୍ତା ୪୮ ଘଣ୍ଟାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହା ପ୍ରଭାବରେ ରାଜ୍ୟରେ ୧୯ରୁ ୨୨ ତାରିଖ ଯାଏ ବଢିବ ବର୍ଷାର ବିସ୍ତୃତି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ମଧ୍ୟ ରହିଛି । ଅନ୍ୟପଟେ ଗତକାଲିର ଲଘୁଚାପ କ୍ଷେତ୍ର ଆଜି ଦୁର୍ବଳ ପଡ଼ିଛି । ଏଥିସହିତ ଜଡିତ ଘୂର୍ଣ୍ଣିବଳୟ ଆଜି ପଶ୍ଚିମ ଝାଡଖଣ୍ଡ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଢଳରେ ୭.୬ କିଲୋମିଟର ଯାଏ ବ୍ୟାପିଛି । ଏହାର ପ୍ରଭାବରେ ଆଜି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି ।

ଆସନ୍ତା ୨୪ ଘଣ୍ଟା ପାଇଁ ୧୭ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଏଥିରୁ ୪ ଜିଲ୍ଲା ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି ଓ ବଲାଙ୍ଗିରରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । କିଛି ସ୍ଥାନରେ ୭ରୁ ୨୦ ସେଣ୍ଟିମିଟର ଯାଏ ବର୍ଷିପାରେ । ସେହିପରି ଆସନ୍ତାକାଲି ପାଇଁ ପ୍ରବଳ ବର୍ଷା ନଇ ୭ ଜିଲ୍ଲାକୁ ଦିଆଯାଇଛି ୟେଲୋ ଓ୍ଵାର୍ଣ୍ଣିଂ । ସେପଟେ ସକ୍ରିୟ ମୌସୁମୀ ପ୍ରଭାବରେ ରାଜ୍ୟରେ ଭରଣା ହୋଇଛି ନିଅଣ୍ଟିଆ ବର୍ଷା। ଚଳିତ ମୌସୁମୀ ଋତୁରେ ଆଜି ସୁଦ୍ଧା ୩୦୭. ୮ ମିମି ବର୍ଷା ହୋଇଥିବା ବେଳେ ସ୍ୱାଭାବିକ ଠାରୁ ୨୦ ପ୍ରତିଶତ କମ୍‌ ବର୍ଷା ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.