Below header

ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ, ରାଜ୍ୟର ୬ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ

ଆସନ୍ତା କାଲି ପ୍ରବଳ ବର୍ଷା ନେଇ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ପ୍ରଶାନ୍ତ ମହାସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ ଲଘୁଚାପ ଅଧିକ ଘନୀଭୁତ ହୋଇପାରୁ ନାହିଁ

ଭୁବନେଶ୍ବର(କେନ୍ୟୁଜ୍): ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ସୁଦୃଶ ଲଘୁଚାପ ଏବେ ଉତ୍ତର-ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି । ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଲାଗି ରହିଛି । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ୭୦ ରୁ ୨ଶହ ମିଲିମିଟର ବର୍ଷା ନେଇ ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ନବରଙ୍ଗପୁର, ରାୟଗଡା, ଗଜପତି, କଳାହାଣ୍ଡି, ନୂଆପଡା ଏବଂ ବଲାଙ୍ଗିର ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।

ଆସନ୍ତା କାଲି ପ୍ରବଳ ବର୍ଷା ନେଇ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ପ୍ରଶାନ୍ତ ମହାସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ପ୍ରଭାବରେ ବଙ୍ଗୋପସାଗରରେ ସୃଷ୍ଟ ସୁଦୃଶ ଲଘୁଚାପ ଅଧିକ ଘନୀଭୁତ ହୋଇପାରୁ ନାହିଁ । ତେଣୁ ଏହା ଅବପାତରେ ପରିଣତ ନ ହେବା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର । ତେବେ ଆସନ୍ତା ୨୯ ତାରିଖରୁ ପୁଣି ରାଜ୍ୟରେ ବର୍ଷାର ପରିମାଣ ବଢିବ ବୋଲି ଆକଳନ କରାଯାଇଛି ।

ଉପକୂଳ ଓଡ଼ିଶାରେ ମୌସୁମୀ ନିମ୍ନ ଚାପରେଖା ସକ୍ରିୟ ଥିବାରୁ ତୁହାକୁ ତୁହା ବର୍ଷା ଲାଗି ରହିବ । ବର୍ଷା ସମୟରେ ଘଣ୍ଟାପ୍ରତି ୪୫ ରୁ ୫୫ କିମି ବେଗରେ ପବନ ବହିବା ସମ୍ଭାବନା ଥିବାରୁ ମତ୍ସଜୀବୀଙ୍କୁ ୨୭ ତାରିଖ ପର୍ଯ୍ୟନ୍ତ ସମୁଦ୍ର ଯିବାକୁ ବାରଣ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.