ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା: ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି
କେନ୍ୟୁଜ୍(ବ୍ୟୁରୋ): ଆଉ ୪ ଦିନ ପ୍ରବଳ ବର୍ଷିବ। ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏଥିସହ ମୌସୁମୀ ଟ୍ରଫ୍ ଲାଇନ୍ ଲଘୁଚାପ କ୍ଷେତ୍ର ମଧ୍ୟ ଦେଇ ଗତି କରୁଛି। ଏହା ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ପାଗ ନେଘୁଆ ରହିବା ସହ ବର୍ଷା ଲାଗ ରହିଛି। ଆସନ୍ତା
୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏଣୁ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୨ରୁ ବଢିବ ବର୍ଷା ପରିମାଣ। ଆଜି ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ କେନ୍ଦ୍ର ।