ଆସନ୍ତାକାଲିଠରୁ ୯ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା, ସତର୍କ ସୂଚନା ଦେଲା ପାଣିପାଗ ବିଭାଗ

କେନ୍ୟୁଜ୍ (ବ୍ୟୁରୋ): ରାଜ୍ୟବାସୀଙ୍କୁ ସତର୍କ କଲା ପାଣିପାଗ ବିଭାଗ । ଆସନ୍ତାକାଲିଠରୁ ୯ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବାର ସୂଚନା ଦେଇଛି ପାଣିପାଗ ବିଭାଗ। ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସାଙ୍ଗକୁ ବଜ୍ରପାତ ଓ ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ ।

ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଞ୍ଜାବ, ଉତ୍ତର ହରିୟାଣା, କର୍ଣ୍ଣାଟକ, ଗୋଆ, ମଧ୍ୟ ମହାରାଷ୍ଟ୍ର ଏବଂ ପଶ୍ଚିମ ମଧ୍ୟପ୍ରଦେଶ ଆଦି ସ୍ଥାନ ମାନଙ୍କରେ ବର୍ଷା ଏବଂ ବଜ୍ରପାତ-କାଳବୈଶାଖୀ ବିପଦ ଥିବାର ସତର୍କ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ସେହିଭଳି ତେଲେଙ୍ଗାନା, ବିଦର୍ଭ, ସିକିମ୍, ଓଡ଼ିଶା, ବିହାର, ଆସାମ ଏବଂ ମେଘାଳୟ, ନାଗାଲାଣ୍ଡ, ମଣିପୁର, ମିଜୋରାମ, ପୁଡୁଚେରୀ, ତାମିଲନାଡୁ, ଛତିଶଗଡ଼, ଝାଡ଼ଖଣ୍ଡ, ଅରୁଣାଚଳପ୍ରଦେଶ, ଆଣ୍ଡାମାନ ଓ ନିକୋବର ଆଇଲାଣ୍ଡ ଭଳି ସ୍ଥାନରେ ଝଡ଼ବର୍ଷାର ସମ୍ଭାବନା ରହିଛି ।

ସେପଟେ ଆସନ୍ତାକାଲି ଭିତରେ ଗୋଆ, ଦକ୍ଷିଣ ଗୁଜୁରାଟ, କେରଳ, ପଶ୍ଚିମ ମଧ୍ୟ ପ୍ରଦେଶ, ରାଜସ୍ଥାନ, ଆସାମ, ମେଘାଳୟ, ନାଗାଲାଣ୍ଡ, ମଣିପୁର, ମିଜୋରାମ, ତ୍ରିପୁରା, ଉପକୂଳ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ବିଦର୍ଭ ଓଡ଼ିଶା, ପଶ୍ଚିମବଙ୍ଗ, ସିକିମ, ଅରୁଣାଚଳ ପ୍ରଦେଶ, କର୍ଣ୍ଣାଟକ ଏବଂ ଲକ୍ଷଦ୍ୱୀପ ଭଳି ସ୍ଥାନରେ ପ୍ରବଳୁ ଅତି ପ୍ରବଳ ବର୍ଷାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ଏହି ସମୟରେ ଘଣ୍ଟା ପ୍ରତି ୮୦ରୁ ୯୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.