ରାଜ୍ୟ

ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା, ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

କେନ୍ୟୁଜ୍(ବ୍ୟୁରୋ): ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା । ଉତ୍ତର ବଙ୍ଗୋପସାଗରରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ର ଆଗାମୀ ୨୪ ଘଣ୍ଟା ମଧ୍ୟରେ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ମୁହାଁଇବ । ଆଜିଠୁ ଅକ୍ଟୋବର ୪ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୨ ତାରିଖ ଯାଏ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ପାଇଁ ୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଯାଜପୁର ଓ ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୫ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି । ଆସନ୍ତାକାଲି ପାଇଁ ୧୧ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଓ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି ।

ଗତ ୨୪ ଘଣ୍ଟାରେ ବାଲେଶ୍ବର ଜିଲ୍ଲା ସୋରରେ ସର୍ବାଧିକ ୧୧୩.୦ ମିମି ବର୍ଷା ରେକର୍ଡ କରାଯାଇଛି । ସେହିପରି ଘଷିପୁରାରେ ୯୫.୧ ମିମି, ଖୋର୍ଦ୍ଧା ଜିଲ୍ଲା ବାଣପୁରରେ ୯୫.୦ ମିମି, ରଣପୁରରେ ୮୦.୨ମିମି, ଭୁବନରେ ୮୦.୦ ମିମି ବର୍ଷା ହୋଇଥିବା ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ସେହିପରି ଯାଜପୁର ଜିଲ୍ଲା ବରୀରେ ୭୩.୬ ମିମି, ପଟ୍ଟାମୁଣ୍ଡାଇରେ ୭୨.୦ ମିମି ଓ ଉଦଳାରେ ୬୮.୦ ମିମି ବର୍ଷା ହୋଇଥିବା ଜଣାଯାଇଛି ।

ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୩ ପ୍ରତିଶତ କମ୍ ବର୍ଷା ହୋଇଛି । ଜୁନ ୧ରୁ ସେପ୍ଟେମ୍ବର ୩୦ ଯାଏ ୧୧୧୫.୪ ମିମି ବର୍ଷା ହୋଇଛି । ଯାହାକି ସ୍ବାଭାବିକ ବର୍ଷା ୧୧୫୦.୨ ମିମି ତୁଳନାରେ ୩ ପ୍ରତିଶତ କମ । ଏହି ସମୟ ମଧ୍ୟରେ ୩ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି । ୩ ଜିଲ୍ଲାରେ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ବାକି ୨୪ଜିଲ୍ଲାରେ ହୋଇଛି ସ୍ବାଭାବିକ ବର୍ଷା ।… ସେପଟେ ପୂର୍ବ କେନ୍ଦ୍ରୀୟ ଆରବସଗାରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ପୂର୍ବ-ଉତ୍ତର ପୂର୍ବ ଦିଗରେ ଗତି କରିବ । ଆଜି ମଧ୍ୟ ରାତ୍ରିରେ ପାଞ୍ଜିମ-ରତ୍ନଗିରି ମଧ୍ୟାରେ କଙ୍କଣ -ଗୋଆ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ।

Sasmita

Recent Posts

ଘାଇଲା କରୁଛି ପାଗଳ ବିଲୁଆ, ଘରୁ ବାହାରିବାକୁ ଡରୁଛନ୍ତି ଲୋକେ

କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…

29 mins ago

ସର୍ବଭାରତୀୟ କବାଡି ପ୍ରତିଯୋଗୀତା ଉଦଯାପିତ, ମହିଳାରେ କିଟ ଏବଂ ପୁରୁଷରେ ସାଉଥ୍ ଇଷ୍ଟର୍ଣ୍ଣ ରେଲୱେ ଦଳ ଚାମ୍ପିଅନ୍

ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…

32 mins ago

ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ, ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ  । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା  । ଅସହ୍ୟ…

35 mins ago

ଅମରନାଥ ଯାତ୍ରା ପାଇଁ ହେଲିକପ୍ଟର ସେବା ଲାଗି ବୁକିଂ ଆରମ୍ଭ

ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…

41 mins ago

ଇରାନ୍‌: ହସ୍ପିଟାଲରେ ଲାଗିଲା ଭୟଙ୍କର ନିଆଁ, ଦେଖୁ ଦେଖୁ ଜଳିଗଲେ ୯ ଜଣ ରୋଗୀ; ତଦନ୍ତ ପାଇଁ ନିର୍ଦ୍ଦେଶ

ଇରାନ୍‌ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…

56 mins ago

କେତେ ବର୍ଷ ପର୍ଯ୍ୟନ୍ତ ବ୍ୟବହାର କରିବା ଉଚିତ Windows ଏବଂ Split AC ? ଜାଣନ୍ତୁ ଏହାର ୱାରେଣ୍ଟି ଡେଟ୍‌

Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…

2 hours ago