Below header

ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା, ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ବହିପାରେ ପବନ

ବାୟୂମଣ୍ଡଳ ନିମ୍ନ ଭାଗରେ ଏକ ଗୁରୁଚାପ ବଳୟ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି। ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

କେନ୍ୟୁଜ୍(ବ୍ୟୁରୋ):କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା ଲାଗି ରହିଛି। ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଛି। ରାଜ୍ୟର ବହୁ ସ୍ଥାନରେ ଆକାଶ ମେଘାଚ୍ଛନ୍ନ ରହିବା ସହ ହାଲୁକା ବର୍ଷା ହୋଇଛି। ବାୟୂମଣ୍ଡଳ ନିମ୍ନ ଭାଗରେ ଏକ ଗୁରୁଚାପ ବଳୟ ବଙ୍ଗୋପସାଗର ଓ ଆଖପାଖ ଅଞ୍ଚଳରେ ସକ୍ରିୟ ରହିଛି। ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ଓ ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

ସେହିପରି ବିଜୁଳି ଘଡ଼ଘଡ଼ି ସହ ଘଣ୍ଟାପ୍ରତି ୩୦ରୁ ୪୦ କିମି ବେଗରେ ପବନ ଓ ବର୍ଷା ପାଇଁ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। କାଳବୈଶାଖୀ ପ୍ରଭାବ ଆଗାମୀ ୪ରୁ ୫ଦିନ ପର୍ଯ୍ୟନ୍ତ ଲାଗି ରହିବ। ଏହା ଫଳରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। କିନ୍ତୁ ପରବର୍ତ୍ତୀ ସମୟରେ ତାପମାତ୍ରା ସାମାନ୍ୟ ବୃଦ୍ଧି ହେବ ବୋଲ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.