କାଲିଠୁ ବଢ଼ିବ ବର୍ଷା ପରିମାଣ, ୫ ଜିଲ୍ଲାକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାରରେ ସକ୍ରିୟ ରହିଛି ଲଘୁଚାପ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ଆଜି ବର୍ଷା ହୋଇଛି । କାଲିଠୁ ବଢ଼ିବ ବର୍ଷା ପରିମାଣ । ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲା ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣିଂ । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏଥିସହ ୧୪ ଜିଲ୍ଲାରେ ହୋଇପାରେ ଘଡ଼ଘଡ଼ି ସହ ବର୍ଷା । ଏହି ପୂର୍ବାନୁମାନ କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିପରି ୧୭ ତାରିଖ ପାଇଁ ୫ ଜିଲ୍ଲା ବେଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ଜାରି ହୋଇଛି ୟେଲୋ ସତର୍କତା । ଏଥିସହ ଉପକୂଳ ଓ ଉତ୍ତର ଓଡ଼ିଶାର ୧୪ ଜିଲ୍ଲାରେ ଘଡ଼ିଘଡ଼ି ସହ ବର୍ଷା ହୋଇପାରେ । ୧୮ ତାରିଖ ପାଇଁ ବାଲେଶ୍ୱର, ଭଦ୍ରକ, ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ୧୯ ଓ ୨୦ ତାରିଖରେ ବହୁ ଜିଲ୍ଲାରେ କାଳବୈଶାଖୀ ଓ ବଜ୍ରପାତ ହୋଇପାରେ ।

Leave A Reply

Your email address will not be published.