Below header

ଆଜିଠୁ ବଢିବ ବର୍ଷାର ପରିମାଣ,୮ ଜିଲ୍ଲାକୁ ଜାରି ହେଲା ୟେଲୋ ଓ୍ଵାର୍ଣ୍ଣିଂ

ଆଜିଠୁ ବଢିବ ବିସ୍ତୃତି । ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗିରହିଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ଲାଗି ରହିଛି ।

କେନ୍ୟୁଜ୍(ବ୍ୟୁରୋ):  ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆଜିଠୁ ବଢିବ ବିସ୍ତୃତି । ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଲାଗିରହିଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ଲାଗି ରହିଛି । ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ବର୍ତ୍ତମାନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ବାୟୁମଣ୍ଡଳର ୧.୫ କିଲୋମିଟରରୁ ୭.୬ କିଲୋମିଟର ମଧ୍ୟରେ ସକ୍ରିୟ ରହିଛି । ସମୁଦ୍ର ଉପକୂଳ ଆଡକୁ ଅଗ୍ରସର ହେଉଛି ମେଘ ସମୂହ । ଏହାର ପ୍ରଭାବରେ ଉପକୂଳ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ବର୍ଷା ଲାଗି ରହିଛି ।

ଆଜି ପାଇଁ ୮ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆସନ୍ତାକାଲି କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ୮ ତାରିଖ ଯାଏ ରାଜ୍ୟରେ ବର୍ଷା ହେବ । … ଚଳିତ ମୌସୁମୀ ଋତୁରେ ଜୁନ୍‌ରୁ ଆଜି ସୁଦ୍ଧା ରାଜ୍ୟରେ ୧୭୧.୭ ମିଲିମିଟର ବର୍ଷା ହୋଇଛି । ଯାହାକି ସ୍ୱାଭାବିକ ବର୍ଷା ୨୪୭.୪ ମିଲିମିଟର ତୁଳନାରେ ୩୧ ପ୍ରତିଶତ ନିଅଣ୍ଟିଆ । ଦେବଗଡ଼ ଜିଲ୍ଲାରେ ସର୍ବାଧିକ ୩୩୧.୮ ମିଲିମିଟର ବର୍ଷା ହୋଇଛି । ରାୟଗଡ଼ା ଜିଲ୍ଲାରେ ରେକର୍ଡ ହୋଇଛି ସର୍ବନିମ୍ନ ୫୬.୭ ମିଲିମିଟର ବର୍ଷା ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.