Below header

ଉତ୍ତରପୂର୍ବ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ, ୨୪ ଘଣ୍ଟା ଭିତରେ ନେବ ଲଘୁଚାପର ରୂପ

ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ଭିତରେ ଲଘୁଚାପରେ ପରିଣତ ହେବ । ଏହାର ପ୍ରଭାବରେ ଆସନ୍ତା ୨୪ ଓ ୨୫ ତାରିଖରେ ସାରା ରାଜ୍ୟରେ ବର୍ଷା ଲାଗି ରହିବ । ପାଣିପାଗ ବିଭାଗର ସୂଚନା ଅନୁଯାୟୀ ୬ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାକୁ ଥିବା ବେଳେ ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ଆସନ୍ତା ଦୁଇ ଦିନ ପାଇଁ ମତ୍ସ୍ୟଜିବୀମାନଙ୍କୁ ସମୁଦ୍ର ଭିତରକୁ ନଯିବାର ପାଇଁ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବର୍ଷା ହେବାକୁ ଥିବା ୬ଟି ଜିଲ୍ଲାରେ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ଗତ ୨୪ ଘଣ୍ଟା ଭିତରେ ସାରା ରାଜ୍ୟରେ ପ୍ରବଳ ବର୍ଷା ହୋଇଯାଇଛି । ସର୍ବାଧିକ ବର୍ଷା ଚଣ୍ଡିଖୋଲ ରେ ୭୪ ମିଲିମିଟର ରେକର୍ଡ କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.