Below header

୨୪ ଘଣ୍ଟାରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ପାଣିପାଗ ବିଭାଗ ଜାରି କଲା ସତର୍କତା

କେନ୍ୟୁଜ୍(ବ୍ୟୁରୋ): ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା। ୧୬ରୁ ଉର୍ଦ୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାର ଆକଳନ କରିଛି ପାଣିପାଗ ବିଭାଗ। ୧୬ ଜିଲ୍ଲା ଜିଲ୍ଲାଗୁଡ଼ିକ ମଧ୍ୟରେ କଟକ, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଖୋର୍ଧା, ପୁରୀ, କୋରାପୁଟ, ମାଲକାନଗିରି, ବାଲେଶ୍ବର, କନ୍ଧମାଳ, ଯାଜପୁର, ମୟୁରଭଞ୍ଜ ଓ ସୁନ୍ଦରଗଡ଼ ଆଦି ରହିଛି।

ସେହିପରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ଼, ଢ଼େଙ୍କାନାଳ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ ଓ ଅନୁଗୁଳ ରହିଛି। ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତା  ୨୨ରୁ ୨୭ ତାରିଖ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.