ଦୁଇଦିନ କାଚିବ ବର୍ଷା, ୯ ଜିଲ୍ଲାରେ ପ୍ରବଳ ବର୍ଷିବ

ଆଜିଠାରୁ କାଚିବ ବର୍ଷା। ୯ ଜିଲ୍ଲାର ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହା ସହିତ  ରାଜ୍ୟର ଅନ୍ୟ ଜିଲ୍ଲାମାନଙ୍କରେ ମଧ୍ୟମରୁ ସ୍ବଳ୍ପଧରଣର ବର୍ଷା ହେବାର ସମ୍ବାବନା ରହିଛି।

ବିହାରର ପୂର୍ବ ଭାଗ ତଥା ଏହାର ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଯାହା ଦକ୍ଷିଣ-ପଶ୍ଚିମ ଦିଗରେ ଗତି କରୁଛି । ସେହିପରି ବଙ୍ଗୋପସାଗରରୁ ଦକ୍ଷିଣ-ପଶ୍ଚିମ ଦିଗରେ ବାୟୁ ପ୍ରବାହିତ ହେଉଛି । ଆସନ୍ତା ୨ଦିନ ପର୍ଯ୍ୟନ୍ତ ଏଭଳି ପାଗ ରହିବ ବୋଲି ଭାରତୀୟ ପାଣିପାଗ ବିଜ୍ଞାନ ବିଭାଗ (ଆଇଏମଡି) ସୂଚନା ଦେଇଛି । ଯାହାର ପ୍ରଭାବ ପୂର୍ବ ଭାରତରେ ରହିବ । ଫଳରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ବୋଲି ପାଣିପାଗବିତ୍‌ ପୂର୍ବାନୁମାନ କରିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.