ଆସନ୍ତାକାଲି ୧୧ଟି ଜିଲ୍ଲାକୁ ‘ୟେଲୋ ଓ୍ଵାର୍ଣ୍ଣିଂ’, ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର (କେ ନ୍ୟୁଜ୍‌) : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୧ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପାଣିପାଗ ବିଭାଗର ସୂଚନା ଅନୁସାରେ ଯାଜପୁର, କେନ୍ଦୁଝର, ଢେଙ୍କାନାଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦ୍ରାପଡ଼ା, ଭଦ୍ରକ, ନବରଙ୍ଗପୁର, ଅନୁଗୁଳ, ବରଗଡ଼ ପାଇଁ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି । କେତେକ ଜିଲ୍ଲାରେ ଘଡ଼ଘଡ଼ି ସହ ମଧ୍ୟ ବର୍ଷା ହୋଇ ପାରେ ।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆକାଶ ମେଘାଚ୍ଛନ୍ନ ରହିଥିଲା । କେତେ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମଧରଣର ବର୍ଷା ରେକର୍ଡ଼ କରାଯାଇଛି । ଝାରସୁଗୁଡ଼ାରେ ସର୍ବାଧିକ ୬୪.୪ ମିଲିମିଟର ବର୍ଷା ରେକର୍ଡ଼ କରାଯାଇଥିବା ସୂଚନା ମିଳିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.