Below header

ରାଜ୍ୟରେ ସକ୍ରିୟ ହୋଇଛି ମୌସୁମୀ, ଆଜି ଓ ଆସନ୍ତାକାଲି ପ୍ରବଳ ବର୍ଷିବ

୩୧ ତାରିଖରୁ ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟି ରଖି ୩୧ରୁ ୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ ।

ଭୁବନେଶ୍ୱର (କେନ୍ୟୁଜ): ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ । ଜାରି ରହିଛି ବର୍ଷା । ଏଥିସହ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ବି ସକ୍ରିୟ ରହିଛି । ଏହାର ପ୍ରଭାବରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଫଳରେ ଆଗକୁ ରାଜ୍ୟରେ ବଢ଼ିବ ବର୍ଷା ପରିମାଣ । ଆଜି ଓ ଆସନ୍ତାକାଲି ଦୁଇ ଦିନ ଉପକୂଳବର୍ତ୍ତୀ ଜିଲ୍ଲା ସମେତ ପଶ୍ଚିମ ଓଡ଼ିଶାରେ ବର୍ଷା ପ୍ରକୋପ ଅଧିକ ରହିବ ।

୩୧ ତାରିଖରୁ ଅଧିକାଂଶ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟି ରଖି ୩୧ରୁ ୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ଆଜି ପାଇଁ ୧୪ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଦିଆଯାଇଛି । ଗତ ୨୪ ଘଣ୍ଟାରେ ବାରିପଦାରେ ସର୍ବାଧିକ ୨୮ ମିଲିମିଟର ବର୍ଷା ହୋଇଥିବା ବେଳେ କେନ୍ଦୁଝରରେ ୨୦ ମିଲିମିଟର ବର୍ଷା ରେକର୍ଡ ହୋଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.