ପଶ୍ଚିମବଙ୍ଗ ଉପରେ ସୃଷ୍ଟି ହୋଇଛି ଲଘୁଚାପ ବଳୟ : ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ପଶ୍ଚିମବଙ୍ଗ ଉପରେ ସୃଷ୍ଟି ହୋଇଛି ଲଘୁଚାପ ବଳୟ । ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦେଶର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ବିଶେଷକରି ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ଅନୁଗୁଳ, ମୟୂରଭଂଜ, କଳାହାଣ୍ଡି ଓ କନ୍ଧମାଳରେ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ସୁନ୍ଦରଗଡ, ଅନୁଗୋଳ, ସମ୍ବଲପୁର, କେନ୍ଦୁଝର ଓ ମୟୁରଭଞ୍ଜରେ ପ୍ରବଳ ବର୍ଷା ହେବ । ଉପକୂଳରେ ଘଣ୍ଟାକୁ ୪୫ରୁ ୫୫ କିଲୋମିଟର ବେଗରେ ପବନ ବୋହିବ । ଏହି ସମୟରେ ସମୁଦ୍ର ମଧ୍ୟକୁ ନ ଯିବା ଲାଗି ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ଗତକାଲି ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ପୁରୀ, ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ହୋଇଛି। ଓଡ଼ିଶା ସମେତ ଛତିଶଗଡ, ମଧ୍ୟପ୍ରଦେଶ, ଉତ୍ତରାଖଣ୍ଡ ଓ ହିମାଚଳ ପ୍ରଦେଶରେ ପ୍ରବଳରୁ ପ୍ରବଳ ବର୍ଷା ହେବ ବୋଲି ଘରୋଇ ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.