Below header

ବଙ୍ଗୋପସାଗରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଆଜିଠାରୁ ୫ ଦିନ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ବର(କେନ୍ୟୁଜ୍): ଆଜି ବଙ୍ଗୋପସାଗରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠାରୁ ୫ ଦିନ ଯାଉଁ ବର୍ଷାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଏଥିପାଇ ୧୦ ଜିଲ୍ଲକୁ ୟୋଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହି ସବୁ ଜିଲ୍ଲାଗୁଡିକ ହେଉଛି ଜଗତସିଂହପୁର,କେନ୍ଦ୍ରାପଡା,ପୁରୀ, ମୟୂରଭଞ୍ଜ, କଳାହାଣ୍ଡି, ବଲାଙ୍ଗିର, ବରଗଡ,ବୌଦ୍ଧ, କଳାହାଣ୍ଡି,କୋରାପୁଟ। ଏଥିପାଇଁ ସତର୍କ ରହିବା ପାଇଁ ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ  ଦେଇଛନ୍ତି ଏସଆରସି।

୧୦ ଓ ୧୧ ତାରିଖ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ଦୁଇ ଦିନ ପା‌ଇଁ ଅରେଞ୍ଜ ୱାର୍ଣ୍ଣିଂ ମଧ୍ୟ ଜାରି ହୋଇଛି। ଏହି ସମୟରେ ପ୍ରବଳ ବର୍ଷା ଓ ଘଣ୍ଟାପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିପାରେ। ଏଣୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଭିତରକୁ ମତ୍ସ୍ୟଜୀବୀଙ୍କୁ ଯିବାକୁ ବାରଣ କରାଯାଇଛି। ଅନ୍ୟପକ୍ଷରେ ଯେ କୌଣସି ପରିସ୍ଥିତିର ମୁକାବିଲା କରିବା ପାଇଁ ସ୍ବତନ୍ତ୍ର ରିଲିଫ କମିସନର ଆଜି ପୁଣି ଥରେ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶନାମା ଜାରି କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.