Below header

୨ତାରିଖରୁ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା, ୪ ତାରିଖରେ ବଢିବ ବର୍ଷାର ବିସ୍ତୃତି

୩ ତାରିଖ ପାଇଁ ପ୍ରବଳ ବର୍ଷା ପାଇଁ ୯ଟି ଜିଲ୍ଲା କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, କୋରାପୁଟ ଓ ମାଲକାନଗିରିକୁ ୟେଲେ ୱାର୍ଣ୍ଣିଂ ଜାରି ହୋଇଛି। ୪ତାରିଖରେ ମଧ୍ୟ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

କେନ୍ୟୁଜ୍(ବ୍ୟୁରୋ): ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ। ଉତ୍ତର-ପୂର୍ବ ପାର୍ଶ୍ବବର୍ତ୍ତୀ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳର ୫.୮ କିମି ଉଚ୍ଚତା ଯାଏ ବ୍ୟାପିଛି। ଏହାର ପ୍ରଭାବରେ ୧ ତାରିଖରୁ ଦୁଇ ଚାରି ଦିନ କିଛି କିଛି ଅଞ୍ଚଳରେ ବର୍ଷାର ସମ୍ଭାବନା ରହିଛି। ସେପ୍ଟେମ୍ବର ୨ତାରିଖରୁ ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ୪ ତାରିଖରେ ରାଜ୍ୟରେ ବଢିବ ବର୍ଷାର ବିସ୍ତୃତି।

ଆସନ୍ତା ୧ତାରିଖରେ କେତେକ ଜିଲ୍ଲାରେ ବିଜୁଳି ଓ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ୩ ତାରିଖ ପାଇଁ ପ୍ରବଳ ବର୍ଷା ପାଇଁ ୯ଟି ଜିଲ୍ଲା କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ପୁରୀ, କୋରାପୁଟ ଓ ମାଲକାନଗିରିକୁ ୟେଲେ ୱାର୍ଣ୍ଣିଂ ଜାରି ହୋଇଛି। ୪ତାରିଖରେ ମଧ୍ୟ ୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ବର୍ତ୍ତମାନ ଦୁର୍ବଳ ଥିବାରୁ ଘୂର୍ଣ୍ଣିବଳୟ ପ୍ରଭାବରେ ବର୍ଷା ଦ୍ବାରା ସାମାନ୍ୟ ନିଅଣ୍ଟିଆ ବର୍ଷା ଭରଣା ହେବ ବୋଲି ଅନୁମାନ ରହିଛି। ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏପର୍ଯ୍ୟନ୍ତ ୭୮୩.୧ ମିମି ବର୍ଷା ରେକର୍ଡ ହୋଇଛି। ଏହି ସମୟରେ ସ୍ବାଭାବିକ ବୃଷ୍ଟିପାତ ୯୦୬. ୫ମିମି ତୁଳନାରେ ଏହା ୧୪ ପ୍ରତିଶତ କମ୍ । ୧୧ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ଗୋଟିଏ ଜିଲ୍ଲାରେ ଅତ୍ୟଧିକ ଓ ୧୦ଟି ଜିଲ୍ଲାରେ ସ୍ବାଭାବିକ ବର୍ଷା ରେକର୍ଡ ହୋଇଛି।.

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.