ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା, ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିକଲା ପାଣିପାଗ ବିଭାଗ

କେନ୍ୟୁଜ(ବ୍ୟୁରୋ): ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷା । ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୭ଟି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ଲଘୁଚାପ ବର୍ଷା ପ୍ରଭାବରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ ଘଣ୍ଟାପ୍ରତି ୪୦ରୁ ୬୦ କିଲୋମିଟର ବେଗରେ ପବନ ବହିବ । ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ମାଛ ଧରିବାକୁ ନଯିବାକୁ ସତର୍କ କରିଦିଆଯାଇଛି । ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ଆଡ୍‌ଭାଇଜରି ଜାରି କରିଛନ୍ତି ଏସଆରସି ।

ସେହିପରି କଳାହାଣ୍ଡି ଜିଲ୍ଲାରେ ଲଘୁଚାପ ଜନିତ ବର୍ଷାର ସମ୍ଭାବନା । ଏନେଇ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣି ଜାରି କରିଛି ପାଣିପାଗ ବିଭାଗ । ସଜାଗ ରହି ଏହାର ମୁକାବିଲା କରିବାକୁ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଦେଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.