ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଅଧିକ ସକ୍ରିୟ: ଆସନ୍ତାକାଲିଠୁ ପ୍ରବଳ ବର୍ଷା, ଆଜି ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ବର(କେନ୍ଯୁଜ୍): ଆସନ୍ତାକାଲିଠୁ ପ୍ରବଳ ବର୍ଷିବ। ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଅଧିକ ସକ୍ରିୟ ହେଉଛି । ଏହାର ପ୍ରଭାବରେ ୨୯ ଓ ୩୦ରେ ରାଜ୍ୟର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।
ଉତ୍ତର ଓଡ଼ିଶା ଉପରେ ଅଧିକ ପ୍ରଭାବ ପଡିବ। ଆଜି କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲାର କେତେକ ସ୍ଥାନରେ ଘଡଘଡି ସହ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡିକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲି ୧୩ ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଦିଆଯାଇଛି।
ଅନ୍ୟପକ୍ଷରେ ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ ସେପ୍ଟେମ୍ବର ମାସରେ ସ୍ୱାଭାବିକାରୁ ପ୍ରାୟ ୭୦ ପ୍ରତିଶତ ଅଧିକ ବର୍ଷା ହୋଇଛି। ବର୍ତ୍ତମାନ ପାଣିପାଗ ଅନୁକୂଳ ଥିବାରୁ ବଙ୍ଗୋପସାଗରରେ ଆସନ୍ତା ୨ ସପ୍ତାହ ପର୍ଯ୍ୟନ୍ତ ଏକାଧିକ ଲଘୁଚାପ କ୍ଷେତ୍ର ପାଇଁ ବାତାବରଣ ସୃଷ୍ଟି ହେବା ସମ୍ଭାବନା ରହିଛି।