ପୂଜା ବଜାରକୁ ଫିକା କରିଦେବ ବର୍ଷା: ଆସନ୍ତା ୨୪ ଘଣ୍ଟାରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର (କେନ୍ୟୁଜ):  ପାର୍ବଣରେ ଭିଜିବ ଓଡ଼ିଶା। ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ। ଉତ୍ତରପୂର୍ବ ଏବଂ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆଜି ରାତିରୁ ଆରମ୍ଭ ହେବ ବର୍ଷା। ୨୪ଘଣ୍ଟାରେ ଉପକୂଳ ଓଡ଼ିଶା ସହ କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରିକ ଅଧିକାଂଶ ସ୍ଥାନରେ ବର୍ଷାର ସମ୍ଭାବନା ରହିଛି। ପ୍ରବଳ ବର୍ଷା ପାଇଁ ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।

ଆସନ୍ତାକାଲି ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକାଂଶ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ପ୍ରବଳ ବର୍ଷା ପାଇଁ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୩ତାରିଖରେ ପ୍ରବଳ ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୪ତାରିଖରେ ବଢିବ ବର୍ଷାର ପରିମାଣ। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୭ଟି ଜିଲ୍ଲା ଓ ପ୍ରବଳ ବର୍ଷା ପାଇଁ ୧୩ଜିଲ୍ଲାକୁ ଚେତାବନୀ ଜାରି ହୋଇଛି। ବର୍ତ୍ତମାନ ରାଜ୍ୟରେ କୌଣସି ବାତ୍ୟାର ସମ୍ଭାବନା ନାହିଁ। କିନ୍ତୁ ଅକ୍ଟୋବର ୧୪ ତାରିଖ ବେଳକୁ ବଙ୍ଗୋପସାଗରରେ ଏକ ଲଘୁଚାପର ଆକଳନ କରିଛି ପାଣିପାଗ ବିଭାଗ।

Leave A Reply

Your email address will not be published.