ଘନୀଭୂତ ହେଉଛି ଲଘୁଚାପ, ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର : ଆସୁଛି ବଡ଼ ବର୍ଷା । ଉତ୍ତର ବଙ୍ଗୋପସାଗରରେ ଘନୀଭୂତ ହେଉଛି ଲଘୁଚାପ । ଏହା ପରବର୍ତ୍ତୀ ସମୟରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ । କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ । ପ୍ରଭାବରେ ୨୯ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନମାନ କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ୨୭ତାରିଖରେ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷାର ସମ୍ଭାବନା ରହିଛି । ୨୮ ତାରିଖରୁ ପୁଣି ବଢ଼ିବ ବର୍ଷାର ପରିମାଣ ।
ବର୍ଷା ପ୍ରଭାବରେ ବିଭିନ୍ନ ସ୍ଥାନରେ ଜଳବନ୍ଦୀ ସମସ୍ୟା ସହ କଚ୍ଚା ରାସ୍ତା ନଷ୍ଟ ହେବାର ଆଶଙ୍କା ରହିଛି । ତେଣୁ ସହରାଞ୍ଚଳରେ ଜଳ ନିଷ୍କାସନ ବ୍ୟବସ୍ଥାକୁ ଠିକ୍ କରିବା ସହ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବାକୁ ଏସ୍ଆରସିଙ୍କ ପକ୍ଷରୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦିଆଯାଇଛି ।