Below header

ଲଘୁଚାପ ଘନୀଭୂତ : ୪୮ ଘଣ୍ଟା ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଘନୀଭୂତ ହେବାରରେ ଲାଗିଛି । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ଲାଗି ରହିଛି । ୪୮ ଘଣ୍ଟା ଯାଏଁ ପ୍ରବଳ ବର୍ଷା ହୋଇପାରେ । ଗଞ୍ଜାମ, ପୁରୀ, ନୟାଗଡ଼, ଖୋର୍ଦ୍ଧା, କନ୍ଧମାଳ, ସମ୍ବଲପୁର, ବୌଦ୍ଧ୍, ଜଗତସିଂହପୁର ଓ କଟକରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିଭଳି କଳାହାଣ୍ଡି, ରାୟଗଡ଼ା, ଗଜପତି, ଅନୁଗୁଳ, କେନ୍ଦ୍ରାପଡ଼ା, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ଆସନ୍ତା ୩ ରୁ ୪ ଦିନ ଯାଏଁ ବର୍ଷା ଲାଗିରହିବ। ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ନଦୀର ଜଳସ୍ତର ବଢିପାରେ । ବ୍ରାହ୍ମଣୀ, ବୈତରଣୀ, ଋଷିକୁଲ୍ୟା ଓ ବଂଶଧାରା ଜଳସ୍ତର ବଢ଼ିବା ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲାପାଳମାନଙ୍କୁ ସତର୍କ ରହିବାକୁ କୁହାଯାଇଛି । ଭୁବନେଶ୍ୱରରେ ପ୍ରବଳ ବର୍ଷା ଆଶଙ୍କା ଥିବାରୁ ଆଜି ଓ ଆସନ୍ତାକାଲି ବିଏମସି ତରଫରୁ ସମସ୍ତ କର୍ମଚାରୀ ଓ ଅଧିକାରୀଙ୍କ ଛୁଟି ବାତିଲ କରାଯାଇଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.