ଆସନ୍ତାକାଲିଠୁ ପ୍ରବଳ ବର୍ଷା ସମ୍ଭାବନା, ଅବପାତର ରୂପ ନେବ ଲଘୁଚାପ

ଭୁବନେଶ୍ବର(କେନ୍ଯୁଜ୍) : ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ମିଆଁମାର ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଆଗାମୀ ୨୪ଘଣ୍ଟା ମଧ୍ୟରେ ଲଘୁଚାପ ଘନୀଭୂତ ହୋଇ ଅବପାତର ରୂପ ନେବ। ଏହାର ପ୍ରଭବାରେ ଆସନ୍ତାକାଲିଠୁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଉପକୂଳ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ନଯିବା ପାଇଁ ସତର୍କ କରାଯାଇଛି। ୨୧ ତାରିଖ ପରେ ବର୍ଷା ପରିମାଣ କମିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.