Below header

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ, ପ୍ରଭାବରେ ଆଜିଠୁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା

ଭୁବନେଶ୍ବର(କେନ୍ୟୁଜ୍) : ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଏହାର ପ୍ରଭାବରେ ଆଜିଠୁ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ । ଲଘୁଚାପ ପ୍ରଭାବରେ ଆସନ୍ତା ୭୨ଘଣ୍ଟା ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପସାଗର ଅଶାନ୍ତ ରହିବ । ଘଣ୍ଟାପ୍ରତି ୪୦ରୁ ୫୦ କିଲୋମିଟର ବେଗରେ ପବନ ହେବ । କିଛି ସ୍ଥାନରେ ପବନର ବେଗ ୬୦କିମି ଛୁଇଁପାରେ । ଏହାକୁ ଦୃଷ୍ଟିରେ ରଖି ୧୮ଟି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ସତର୍କ କରାଯାଇଛି । ଗଜପତି, ଗଞ୍ଜାମ, ନୟାଗଡ଼, କନ୍ଧମାଳ, କଟକ, ନବରଙ୍ଗପୁର, ବଲାଙ୍ଗିର, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଭଦ୍ରକ, ଜଗତସିଂହପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.