ରଜରେ ପ୍ରବଳ ବର୍ଷିବ, ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଲାଗି ରହିବ ବର୍ଷା

ରାଜ୍ୟରେ ୪ ଦିନ ଧରି ହେବପ୍ରବଳ ବର୍ଷା । ଗତକାଲି ଠାରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ମୌସୁମୀ ଶକ୍ତିଶାଳୀ ଥିବାରୁ ଏହାର ପ୍ରଭାବରେ ଆଜି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ମୌସୁମୀ ପ୍ରଭାବରେ ଆଜି କଟକରେ ବର୍ଷା ଆରମ୍ଭ ହୋଇଛି । ଆସନ୍ତାକାଲି ୯ଟି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି । କାଲି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ୧୭ ଓ ୧୮ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। ଆଜି କଟକ, ଜଗତସିଂହପୁର, ଅନୁଗୁଳ, ଦେବଗଡ, ସମ୍ବଲପୁର, ବରଗଡ ଏବଂ ଝାରସୁଗୁଡା ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ର୍ହେବାର ସମ୍ଭାବନା ରହିଛି। ସେହିପରି ଆସନ୍ତାକାଲି ଅର୍ଥାତ ୧୬ ତାରିଖରେ କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗୀର, ବରଗଡ, ସୋନପୁର, ସମ୍ବଲପୁର ଏବଂ କେନ୍ଦୁଝର ଆଦି ଜିଲ୍ଲାର କିଛିଟା ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।

୧୭ ତାରିଖରେ କେନ୍ଦୁଝର, ସୋନପୁର ଓ କଟକ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୧୮ ତାରିଖରେ କେନ୍ଦୁଝର, ମୟୁରଭଞ୍ଜ, ସୁନ୍ଦରଗଡ, ସମ୍ବଲପୁର, ବରଗଡ ଏବଂ ଅନୁଗୁଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ସୂଚନା ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.