Below header

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ, ପ୍ରଭାବରେ ଆସନ୍ତାକାଲିଠାରୁ ସାରା ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର(କେନ୍ୟୁଜ୍): ପୁଣି ଆସୁଛି ବଡ ବର୍ଷା। ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ସାରା ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ତିନି ଦିନ ଧରି ବର୍ଷା ଲାଗି ରହିବ। ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ବିଭାଗ ପକ୍ଷରୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାପରେ ୨ ତାରିଖ ବେଳକୁ ପୁଣି ଏକ ଲଘୁଚାପ ଆସୁଛି। ରଜସ୍ଥାନରୁ ଏକ ଟ୍ରପ ଲାଇନ୍‌ ପାରାଦୀପ ଦେଇ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ପର‌୍ୟ୍ୟନ୍ତ ଲମ୍ବିଛି। ଏଥିସହ ଓଡ଼ିଶା ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.