ଘନୀଭୂତ ହେଉଛି ଘୂର୍ଣ୍ଣିବଳୟ, ୧୨ ଘଣ୍ଟା ମଧ୍ୟରେ ଲଘୁଚାପରେ ପରିଣତ ହେବ
ଭୁବନେଶ୍ବର (କେନ୍ୟୁଜ୍) : ପଶ୍ଚିମବଙ୍ଗ ଓ ବାଂଲାଦେଶ ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇଛି। ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଲଘୁଚାପରେ ପରିଣତ ହେବ। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷ ।ଲାଗି ରହିଛି। ପ୍ରାୟ ୧୮ଟି ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦୁଝର, ସୁନ୍ଦରଗଡ, ଦେବଗଡ଼ ଓ ବରଗଡ଼ ଓ ଝାରସୁଗୁଡ଼ାରେ ପ୍ରବଳରୁ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏଥିପାଇଁ ଏହି ସବୁ ଜିଲ୍ଲା ଗୁଡିକରେ ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ମତ୍ସ୍ୟଜୀବୀ ମାନଙ୍କୁ ସମୁଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି।