Below header

ପୁଣି ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ଆସନ୍ତା ୬ ତାରିଖରୁ ପ୍ରବଳ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର (କେନ୍ଯୁଜ୍) : ଥାଇଲାଣ୍ଡ ଉପସାଗର ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆସନ୍ତା ୨୪ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ। ଏହାର ପ୍ରଭାବରେ ଆସନ୍ତା ୬ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବିଶେଷ କରି କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ରାୟଗଡ଼ାରେ ବର୍ଷା ହୋଇପାରେ । ପାଗ ମେଘୁଆ ରହିବା ସହ ଘଣ୍ଟାକୁ ୪୦ରୁ ୫୦କିଲୋମିଟର ବେଗରେ ପବନ ବହିବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ମଧ୍ୟକୁ ଯିବା ପାଇଁ ବାରଣ କରାଯାଇଛି। ଆଣ୍ଡାମାନ ସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିବା ଫଳରେ ଓଡ଼ିଶାରେ କିଛି ମାତ୍ରାରେ ଏହାର ପ୍ରଭାବ ପଡିବ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.