ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ: ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା, ୮ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ

ଭୁବନେଶ୍ବର(କେନ୍ୟୁଜ୍): ଲଘୁଚାପର ରୂପ ନେଲା ଦକ୍ଷିଣ ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଆସନ୍ତା ୩୬ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ଅବପାତର ରୂପ ନେବ। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଲାଗି ରହିଛି। ମାଲକାନଗିରି, କୋରାପୁଟ ଓ ଗଜପତିରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ତିନି ଦିନ ଧରି ବର୍ଷା ଲାଗିରହିବ। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଆଜି ୮ଟି ଜିଲ୍ଲା ପାଇଁ ୱେଲୋ ୱାର୍ଣ୍ଣିଂ ଦିଆଯାଇଛି। ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି। ତେବେ ଦୀପବଲିରେ ବର୍ଷା କମିଯାଇଥିବାରୁ ଫିକା ପଡିବନି ଆଲୋକ ପର୍ବର ମଜା।