ଶିମିଳିପାଳରେ ପ୍ରବଳ ବର୍ଷା, ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର

କରଞ୍ଜିଆ(କେନ୍ୟୁଜ୍):ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର । ଶିମିଳିପାଳରେ ପ୍ରବଳ ବର୍ଷା ଯୋଗୁ ଫୁଲୁଛି ନଦୀ । ତଳିଆ ଅଞ୍ଚଳରେ ପାଣି ପଶିବା ଆରମ୍ଭ ହେଲାଣି । ତଳିଆ ଅଞ୍ଚଳର ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି ।

ଜିଲ୍ଲାର ବାରିପଦା ପୌରପରିଷଦ ସମେତ ୫ଟି ବ୍ଳକ୍‌ର ତଳିଆ ଅଞ୍ଚଳ ପ୍ରଭାବିତ ହେବାର ଆଶଙ୍କା ଦେଖାଦେଇଛି । ସ୍ଥାନାନ୍ତର କରାଯାଉଥିବା ଲୋକଙ୍କୁ ପ୍ରଶାସନ ପକ୍ଷରୁ ଶୁଖିଲା ଖାଦ୍ୟ ଯୋଗାଇବାର ବ୍ୟବସ୍ଥା କରାଯାଇଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.