ଆଜିଠୁ ୪ଦିନ ପର୍ୟ୍ୟନ୍ତ ପ୍ରବଳ ବର୍ଷାରେ ଭିଜିବ ରାଜ୍ୟ !

ଭୁବନେଶ୍ବର : ଆଜିଠୁ ରାଜ୍ୟରେ ବଢିବ ବର୍ଷା ପରିମାଣ। ୪ଦିନ ଧରି ପ୍ରବଳ ବର୍ଷିବ। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରିଛି ପାଣିପାଗ ବିଭାଗ। ବିଶେଷକରି ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି। ୧୬ ତାରିଖ ବେଳକୁ ବର୍ଷା ପରିମାଣ କମିବ। ସେପଟେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ । ଏହି ସୂଚନା ଦେଇଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.